ଦୁଷ୍କର୍ମ ଅଭଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ,୨୨/୦୮/୨୦୨୫ (ଓଡ଼ିଶା ସମାଚାର)-ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ଦଣ୍ଡାଦେଶ ଶୁଣାଇଛନ୍ତି । ସ୍ୱତନ୍ତ୍ର କୋର୍ଟ ଗଣେଶ କହଁରକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଜୋରିମାନା ଶୁଣାଇଛନ୍ତି । ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ମାମଲାର ଶୁଣାଣି କରିଥିଲେ । ଜୋରିମାନା ଅନାଦେୟ ଅଧିକ ଦୁଇ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ କୋର୍ଟର ସ୍ୱତନ୍ତ୍ର ପି.ପି.ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ ।

ସୂଚନା ଅନୁସାରେ ୨୦୨୩ ମସିହାରେ ୧୪ ବର୍ଷୀୟା ପୀଡ଼ିତା ଜଣକ ଏକ ସରକାରୀ ଉଚ୍ଚ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିଲେ । ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ବେଳେ ସେ ଗର୍ଭବତୀ ଥିବା ଜଣାପଡିଥିଲା । ତଦନ୍ତ ପରେ ଅଭିଯୁକ୍ତ ଗଣେଶ କହଁର ଗ୍ରୀଷ୍ମ ଛୁଟିରେ ପୀଡ଼ିତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଜଣାପଡ଼ିଥିଲା । ପରବର୍ତୀ ସମୟରେ ବ୍ରହ୍ମପୁର ମେଡିକାଲ କଲେଜରେ ପୀଡ଼ିତା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଲିଖିତ ଅଭିଯୋଗ ଆଧାରରେ ସଦର ପୁଲିସ ୧୯/୨୩ରେ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତ ଗଣେଶ କହଁରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ମାମଲାର ଶୁଣାଣି କରିଥିଲେ । ୧୯ ଜଣ ସାକ୍ଷୀଙ୍କ ବୟାନ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି । ପୀଡ଼ିତାଙ୍କୁ କ୍ଷତି ପୂରଣ ବାବଦରେ ୬ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଧେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *