ଭୁବନେଶ୍ୱର,୨୩/୦୮/୨୦୨୫(ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ । ସେ ସୁସ୍ଥ ଅନୁଭବ କରୁଛନ୍ତି ବୋଲି ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନା ଯୋଗ୍ୟ ଯେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଡିହାଇଡ୍ରେଶନ ଜନିତ ଅସୁସ୍ଥତା କାରଣରୁ ସମ୍ ଅଲ୍ଟିମେଟ୍ ହସ୍ପିଟାଲ ରେ ଚିକିତ୍ସିତ ହେଉଥିଲେ । ହସ୍ପିଟାଲ ରୁ ଡ଼ିସଚାର୍ଜ ହୋଇ ଫେରିବା ପରେ ଶନିବାର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।
