ଭୁବନେଶ୍ୱର,୩୦/୦୮/୨୦୨୫ (ଓଡ଼ିଶା ସମାଚାର)- ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥାନ୍ତି ।
