କେନ୍ଦ୍ରାପଡ଼ା ୧୨/୦୧/୨୦୨୪ (ଓଡ଼ିଶା ସମାଚାର)-ରାଜ୍ୟର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବାନ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ରେସୱା ଅନ୍ତେବାସୀଙ୍କୁ ଆଜି କମ୍ବଳ ବଂଟନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଠପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରଟସ୍ ପ୍ରଫେସର ଡଃ ଦେବେନ୍ଦ୍ର କୁମାର ଦାସ ଗରାପୁର ସ୍ଥିତ ରେସୱା ସ୍ୱାଧାର ଗୃହରେ ପହଂଚି ଅନ୍ତେବାସୀମାନଙ୍କୁ କମ୍ବଳ ବଂଟନ କରିବା ସହିତ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଦିଗରେ ବହୁ ଉପାଦେୟ ପରାମର୍ଶ ଦେଇଥିଲେ । ରେସୱା ର ନେିର୍ଦ୍ଧେଶକ ସେକ୍ ଲିୟାକତ୍ ହୋସେନ୍ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ ନଳିନୀ ବିହାରୀ ମହାନ୍ତି, ପରିଚାରିକା ମିନତୀ ମହାରଣା ଓ ଜିଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦୀପ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଅମିତ୍ ରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।