କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର ୦୧/୦୯/୨୦୨୫ (ଓଡ଼ିଶା ସମାଚାର)-  ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ. ସୋନାଲ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୧୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୦୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧୪ ଟି, ଆବାସ ପାଇଁ ୧୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୮ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୨ ଟି, ଭତ୍ତା ପାଇବା ପାଇଁ ୧୭ ଟି, ପୋଲିସ ସହାୟତା ପାଇଁ ୨ ଟି ଏବଂ ଅନ୍ୟାନ୍ୟ ୩୨ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୩ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର, ଶ୍ରୀ ଜ୍ୟୋତି ଶଙ୍କର ରାୟ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ , ଉପ ଜିଲ୍ଲାପାଳ,ଜଗତସିଂହପୁର,ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, କୁଜଙ୍ଗ,ଶ୍ରୀ ଦୀପକ ପ୍ରସାଦ ସ୍ୱାଇଁ, ଭାରପ୍ରପ୍ଟ  ତହସିଲଦାର, କୁଜଙ୍ଗ, ଶ୍ରୀ ଅଭିଷେକ ପଣ୍ଡା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *