ସାଲେପୁର,୦୨/୦୯/୨୦୨୫(ଓଡିଶା ସମାଚାର /ଅଭୟ ଜେନା) କଟକ ଜିଲା ସାଲେପୁର ବ୍ଲକ କଙ୍କରାଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି । ବନ୍ଦ ଘରଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସାଲେପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାଇ ସିଢ଼ୋ ପଞ୍ଚାୟତ କଙ୍କରାଇଲୋ ଗ୍ରାମର ଅଜୟ ରାଉତ ଙ୍କ ପତ୍ନୀ ତିଲୋତ୍ତମା ରାଉତ(୫୨ )ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ । ଗ୍ରାମର ଲୋକମାନେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ଏସ ସି ବି କୁ ସ୍ଥାନାନ୍ତର କରାଯାଇଛି।
ମହଳାଙ୍କ ଦେହରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ, ପାରିବାରିକ କଳହ କାରଣ ରୁ ଏପରି ଘଟିଥିବା କୁହାଯାଉଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ମହିଳା ଜଣକ ନିଜେ ଜଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ନା ତାଙ୍କୁ କେହି ନିଆଁ ଲଗାଇ ଜାଳି ଦେବାକୁ ଉଦ୍ୟମ କରାଯାଇଛି ତାହା ଆଲୋଚ୍ୟ ବିଷୟ ହୋଇଛି ।
