ଆସନ୍ତା ସେପ୍ଟେମ୍ବର ୧୩ ତାରିଖ, ୨୦୨୫ ରେ ରାଷ୍ଟ୍ରୀୟ ଲୋକ ଅଦାଲତ।

ଯାଜପୁର,୦୪/୦୯/୨୦୨୫ (ଓଡ଼ିଶା ସମାଚାର)-ଆସନ୍ତା ସେପ୍ଟେମ୍ବର ୧୩ ତାରିଖ ଶନିବାର ଜିଲ୍ଲା ଓ ଦୌରା ଅଦାଲତ ଯାଜପୁର ସମେତ ଜିଲ୍ଲାର ସମସ୍ତ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେଉଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଯାଜପୁର ସଚିବ ଶ୍ରୀମତୀ ଲିପା ମହାନ୍ତି ପ୍ରକାଶ କରିଛନ୍ତି । ଉକ୍ତ ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧନ ମକଦ୍ଦମା ଯଥା ଫୌଜଦାରୀ (ସାଲିସଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ୠଣ, ମୋଟର ଦୁର୍ଘଟଣା ଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ ।

ଏହା ସହ ପ୍ରାକ ମକଦ୍ଦମା ସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ୠଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଜ ଓ ଅନ୍ୟାନ୍ୟ ସାଲିସ୍ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଏହି ମକଦ୍ଦମା ବାବଦରେ ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ ପଡେ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୂଡାନ୍ତ । ଦୀର୍ଘ ଦିନ ଧରି ଚାଲୁ ରହିଥ‌ିବା ମକଦ୍ଧମାର ସହଜ ସମାଧାନ ପାଇଁ ଆର୍ଥିକ ଖର୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଯାଜପୁର ଓ ତାଲୁକ ଆଇନସେବା କମିଟି ସହିତ ଯୋଗାଯୋଗ କରିବାକୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *