କେନ୍ଦ୍ରାପଡ଼ା,୦୫/୦୯/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତର ବିରସ୍ୱତୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କାକୁଲି ମଲ୍ଲିକ ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି ।
ଏଥିନିମନ୍ତେ ବିଦ୍ୟାଳୟରେ ଆନନ୍ଦର ଲହରୀ ଖେଳିଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମିନତୀ କୁମାରୀ ବିଶ୍ୱାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ,ଶିକ୍ଷୟିତ୍ରୀମାନେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରପ୍ରାପ୍ତ ଶିକ୍ଷୟିତ୍ରୀ ଶ୍ରୀମତୀ ମଲ୍ଲିକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।
ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବିଶ୍ୱାଳ ପୁଷଗୁଛ ପ୍ରଦାନ କରି ଶ୍ରୀମତୀ ମଲ୍ଲିକଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉତରୋତର ଉନ୍ନତି ଓ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ ।
