ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡ଼ା, ୦୮/୦୯/୨୦୨୫ (ଓଡ଼ିଶା ସମାଚାର)- ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ସେ ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ। ସେ କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି।

ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।

https://x.com/MohanMOdisha/status/1964943811786002904

ସେହିପରି ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସେ କହିଛନ୍ତି ,ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

https://x.com/Naveen_Odisha/status/1964948231399309330

Leave a Reply

Your email address will not be published. Required fields are marked *