ଭୁବନେଶ୍ୱର, ୧୨/୦୯/୨୦୨୫ (ଓଡ଼ିଶା ସମାଚାର)- ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି । ଆଇଏଏସ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀ ସମ୍ପଦ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ଦାୟିତ୍ବ ମିଳିଛି । ସେ ଓମଫେଡ୍ର ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇବେ । ବିଜୟ ଅମୃତ କୁଲେଙ୍ଗେ ପୂର୍ବରୁ ଗଞ୍ଜାମ ଜିଲ୍ଲାପାଳ ଏବଂ ବିଏମଲି କମିଶନର ଭାବେ ଦାୟିତ୍ବ ତୁଲାଇଥିଲେ ।
ସେହିପରି ଆଇଏଏସ ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି । ଆଇଏଏସ ପ୍ରେମଜିତ୍ ନାୟକଙ୍କୁ ଜାତି/ଜନଜାତି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଏବଂ ପି. ଅନ୍ୱେଷା ରେଡ୍ଡୀଙ୍କୁ ଇନ୍ସପେକ୍ଟର ଜେନେରାଲ ରେଜିଷ୍ଟ୍ରେସନ କଟକର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।
