‘ପୋଷଣ ମାସ’ ଏବଂ ‘ଏକ୍ ପେଡ୍ ମା’ କେ ନାମ୍’ ସଚେତନତା

ଭୁବନେଶ୍ୱର,୧୩/୦୯/୨୦୨୫(ଓଡ଼ିଶା ସମାଚାର /ପିଆଇବି): ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଂଚାର ବୁ୍ୟରୋ ବ୍ରହ୍ମପୁର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ‘ପୋଷଣ ମାସ’ ଏବଂ ‘ଏକ୍ ପେଡ୍ ମା’ କେ ନାମ୍’ (ମା’ଙ୍କ ନାମରେ ଗଛଟିଏ) ଅଭିଯାନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବିଜ୍ଞାପିତ ଅଂଚଳ ପରିଷଦଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିଶୁ ଏବଂ ମହିଳାଙ୍କ ମଧ୍ୟରେ ପୋଷଣ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଛି ।

ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି । ଏହି ଅବସରରେ ବିଭିନ୍ନ ପ୍ରକାରର ପ୍ରତିଯୋଗିତା, ସଚେତନତା ଶୋଭାଯାତ୍ରା ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏଥିରେ ସ୍କୁଲ, କଲେଜର ଛାତ୍ରଛାତ୍ରୀ, ଅଙ୍ଗନବାଡ଼ି ଓ ଆଶାକର୍ମୀଙ୍କ ସମେତ ବିଭିନ୍ନ ବର୍ଗର ନାଗରିକ ସାମିଲ ହୋଇଥିଲେ । ବିଶେଷ କରି ସବୁ ବୟସବର୍ଗରେ ପୋଷଣ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା ।

ପୋଷଣ ଅଭିଯାନ ଅଧୀନରେ ସ୍ଥାନୀୟ ଲୋକମାନଙ୍କୁ ସାମିଲ କରି ଉନ୍ନତି ପୁଷ୍ଟିସାଧନ ଏବଂ ସ୍ୱାସ୍ଥ୍ୟକର ପ୍ରୟାସକୁ ପ୍ରୋତ୍ସାହିତ କରିବା ଉଦ୍ଧେଶ୍ୟରେ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହାବ୍ୟତୀତ ଏକ ପେଡ୍ ମା’ କେ ନାମ ଅଭିଯାନରେ ବ୍ୟାପକ ବୃକ୍ଷରୋପଣ ଏବଂ ସବୁଜ ସୁନ୍ଦର ପରିବେଶ ସୃଷ୍ଟି କରିବା ଲାଗି ସ୍ଥାନୀୟ ଅଂଚଳରେ ସଚେତନତା ସୃଷ୍ଟି କରାଯାଇଥିଲା ।

ସୂଚନାଯୋଗ୍ୟ, ଆସନ୍ତା ୧୭ ତାରିଖ ଠାରୁ ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ଅଷ୍ଟମ ଜାତୀୟ ପୋଷଣ ମାସ ଆୟୋଜନ କରାଯାଉଛି । ଏହି ଉପଲକ୍ଷେ ଭାରତ ସରକାରଙ୍କ ପକ୍ଷରୁ ସ୍ୱସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଆୟୋଜନ କରାଯିବ ।

Leave a Reply

Your email address will not be published. Required fields are marked *