କେନ୍ଦ୍ରାପଡ଼ା,୧୭/୦୯/୨୦୨୫(ଓଡ଼ିଶା ସମାଚାର)-ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପକ୍ଷରୁ ବୁଧବାର ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଶ୍ରମର ମୁଖ୍ୟ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଯୋଗଦେଇ ପରିବେଶର ସୁରକ୍ଷା ନିମନ୍ତେ ବୃକ୍ଷରୋପଣ ଅତ୍ୟନ୍ତ ଜରୁରୀ ବୋଲି କହିଥିଲେ ।
ଏଥିସହିତ ଶିବାନନ୍ଦ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷରୋପଣ ପାଇଁ ପ୍ରୋତ୍ସାହିତ କରି ପ୍ରତ୍ୟେକ ଅନୁନ୍ୟ ଦୁଇଗୋଟି ବୃକ୍ଷର ଚାରା ରୋପଣ କରିବାକୁ କହିଥିଲେ । ଏହି ଅବସରରେ ଶ୍ରୀମା ଆଶ୍ରମ ପରିସରରେ ବିଭିନ୍ନ ବୃକ୍ଷର ଚାରା ରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦିରର ଗୁରୁଜୀ,ଗୁରୁମା, ବ୍ରହ୍ମଚାରୀ ନୃସିଂହନାଥ ଦାସଙ୍କ ସମେତ ବହୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ଉପସ୍ଥିତ ଥିଲେ ।
