ଭୁବନେଶ୍ୱର,୧୮/୦୯/୨୦୨୫ (ଓଡ଼ିଶା ସମାଚାର)- ଆଜି ଗୁରୁବାରଠୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଂଚ କରିଛନ୍ତି । ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ଡିଜିି ଯୋଗେଶ ବାହାଦୁର ଖୁରାନିଆ ସୂଚନା ଦେଇଛନ୍ତି । ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ୱରେ ରହିବେ । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ । ସିସିଟିଭିସର୍ଭିଲାନ୍ସ ଦ୍ୱାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ ।
ଆଜିଠୁ ବିଧାନସଭା ଅଧିବେଶନ
