ଭୁବନେଶ୍ୱର,୨୦/୦୯/୨୦୨୫ (ଓଡ଼ିଶା ସମାଚାର)- ଓଡ଼ିଶା ର ଟାଣୁଆ ଆଦିବାସୀ ନେତା , ସୁନ୍ଦରଗଡ଼ର ବାଘ,ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଚିରନିଦ୍ରା ରେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ୬୭ ବୟସରେ ତାଙ୍କର ଦେହାନ୍ତ ହୋଇଛି । ପ୍ରାୟ ୩ ମାସ ହେବ ଜର୍ଜ ତିର୍କି ଅସୁସ୍ଥ ଥିଲେ । ଗୁରୁବାର ଅପରାହ୍ନରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ପରେ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ପୈତୃକ ଗାଁ ଝୁନମୁରରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ବୋଲି ସୂଚନା ମିଳିଛି ।
ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଭାବେ ସେ ପରିଚିତ ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି । ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।
