ଭୁବନେଶ୍ୱର,୨୧/୦୯/୨୦୨୫ (ଓଡ଼ିଶା ସମାଚାର)- ବୌଦ୍ଧ ଜିଲ୍ଲା ପୁରୁଣାକଟକଠାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ଲକ୍ଷ୍ମୀଧର ବେହେରା (ପିତା- ତିରୋସ୍ତ ବେହେରା) ଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା
