ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୦୨/୧୦/୨୦୨୫ (ଓଡ଼ିଶା ସମାଚାର)- ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗଜପତି ଜିଲାରେ ବର୍ଷାରୁ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଛି।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ବୁଝିଛନ୍ତି। ଜିଲାର ପରିସ୍ଥିତି ଉପରେ ନଜର ରଖିବା, ସ୍ଥିତି ପରୀକ୍ଷା ଓ ସହାୟତା କାର୍ୟ୍ୟ ତ୍ୱରାନ୍ୱିତ କରିବାକୁ ଖଣି-ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଜପତି ପଠାଇଛନ୍ତି।ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
