ଭୂସ୍ଖଳନରେ ପ୍ରାଣହାନି ଘଟିଥିବା ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଦେବାକୁ ଗଜପତି ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୦୩/୧୦/୨୦୨୫ (ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)-ଗଜପତି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଦେବାକୁ ଗଜପତି ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF)ରୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ମୃତକ ଦ୍ୱୟ ହେଲେ ବସ୍ତ୍ରୀଗୁଡ଼ାର ତ୍ରିନାଥ ନାୟକ ଓ ମେରିପଲ୍ଲୀର ଲକ୍ଷ୍ମଣ ନାୟକ।

https://x.com/DM_Gajapati/status/1974089413933342804/photo/1

Leave a Reply

Your email address will not be published. Required fields are marked *