କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ  ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଶାନ୍ତି ଶୃଙ୍ଖଳା ଭଙ୍ଗକାରୀଙ୍କ ବିରୁଦ୍ଧରେ  ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ

ଭାଇଚାରା ବଜାୟ ରଖନ୍ତୁ, ହଜାର ବର୍ଷର କଟକ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖନ୍ତୁ

ଭୁବନେଶ୍ୱର,୦୫/୧୦/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କଟକରେ  ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସହରର ଐତିହ୍ୟକୁ ଆହୁରି ଉପରକୁ ନେବା ପାଇଁ ସମସ୍ତେ ମିଳିମିଶି ଶାନ୍ତି ଶୃଙ୍ଖଳାର ସହିତ ଆଗକୁ ବଢନ୍ତୁ ଏବଂ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *