ବ୍ରହ୍ମପୁର,୦୬/୧୦/୨୦୨୫ (ଓଡ଼ିଶା ସମାଚାର)- ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି । ବୈଦ୍ୟନାଥପୁର ଥାନା ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼ ହୋଇଛି । ରାତି ପ୍ରାୟ ୧୦ଟା ବେଳେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ । ସେମାନେ ୨ ରାଉଣ୍ଡ ଗୁଳି ଚଳାଇଥିଲେ । ଗୁଳି ପୀତବାସଙ୍କ ଛାତିରେ ବାଜିଥିଲା । ଘଟଣାସ୍ଥଳରେ ସେ ଟଳି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ପୀତବାସ ପଣ୍ଡା ବିଜେପି ଦଳର ସକ୍ରିୟ ସଦସ୍ୟ ଥିଲେ । ସେ ଜଣେ ଆଇନଜୀବୀ ତଥା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ଥିଲେ। ତେବେ କିଏ ଓ କାହିଁକି ତାଙ୍କ ଉପରେ ଏଭଳି ଗୁଳିମାଡ଼ କଲେ , ତାହା ଜଣାପଡ଼ିନାହିଁ ।
