ଆଇନଜୀବୀ ପୀତବାସ ପଣ୍ଡା ଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଖୁବ୍ ଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ସେମାନଙ୍କ ଵିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ –  ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୭/୧୦/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଗତ କାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡା ଙ୍କ ଜଘନ୍ୟ ଓ  ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀ ମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତି ରେ ମଧ୍ୟ ବରଦାସ୍ତ କରାଯିବ ନାହିଁ ।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପଣ୍ଡା ଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *