ମୁଖ୍ୟମନ୍ତ୍ରୀ ଙ୍କ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର, ୧୨/୧୦/୨୦୨୫ (ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- କଟକ ବୟାଳିଶ ମୌଜାର ଗୁରୁପ୍ରସାଦ ନାୟକ (ପିତା- ଦିଲ୍ଲୀପ ନାୟକ) କାଠଯୋଡ଼ି (ସିଡୁଆ) ନଦୀରେ ବୁଡ଼ି ପ୍ରାଣ ହରାଇଥିବା ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF) ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ କଟକ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *