ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି  କଲେ ମୁଖ୍ୟମନ୍ତ୍ରୀ

                                                              ପିଛିଲା ଭାବରେ ଜୁଲାଇ ପହିଲା ୨୦୨୫ରୁ ଲାଗୁ

ଭୁବନେଶ୍ୱର,୧୬/୧୦/୨୦୨୫ (ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି ।  ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

https://x.com/CMO_Odisha/status/1978716843813548522

Leave a Reply

Your email address will not be published. Required fields are marked *