କେନ୍ଦ୍ରାପଡ଼ା,୧୬/୧୦/୨୦୨୫(ଓଡ଼ିଶା ସମାଚାର)-ଭରତପୁର ଗ୍ରାମପଂଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୁର ସରକାରୀ ଉଚ୍ଚବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ କଳାଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ଲାଲବାହାଦୁର ସରକାରୀ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ଦାସ,ସହମଣ୍ଡଳ ଶିକ୍ଷାଧିକାରୀ
ତଥା ମଣ୍ଡଳ ସାଧନକେନ୍ଦ୍ର ସଂଯୋଜକ ବଳଦେବ ପ୍ରସାଦ ଜେନା, ବୁଢୀ ବିଳାଶୁଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜେନ୍ଦ୍ର ପ୍ରସାଦ ରାଉତ ଓ ମା’ମଙ୍ଗଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ରାଧାନାଥ ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ କଳା ଉତ୍ସବ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ ।
ଉତ୍କଳୀୟ କଳା ଓ ସଂସ୍କୃତିକୁ ବଜାୟ ରଖିବା ପାଇଁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାକୁ ଉଦ୍ଭାସିତ କରିବା ପାଇଁ ଏହି ଉତ୍ସବର ଆୟୋଜନ କରାଯାଇଛି ବୋଲି ବକ୍ତାମାନେ କହିଥିଲେ । ଅପରାହ୍ନରେ କଳା ଓ ସଂସ୍କୃତି ଉପରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିସହିତ ଜିଲା ସ୍ତରରେ ସେମାନଙ୍କ ପ୍ରତିଭାକୁ ପ୍ରଦର୍ଶନ କରିବା ପାଇଁ ଅତିଥିମାନେ ଶୁଭାଶିଷ ପ୍ରଦାନ କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରକାଶ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।
