ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।

ଯାଜପୁର, ୧୬/୦୧/୨୦୨୪ (ଓଡ଼ିଶା ସମାଚାର)-ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ କୋରାଇ ବ୍ଳକ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି । ଏହି ମିଳିତ ଅଭିଯୋଗ ଶôଣାଣି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଯାଜପୁର ଶ୍ରୀ ଅଶୋକ କୁମାର ବେହୁରିଆ, ଡେପୁଟୀ କଲେକ୍ଟର, ସାଧାରଣ ଓ ବିବିଧ, ଶାଶ୍ୱତୀ ସୁଡୁଆଲ, ବି.ଡି.ଓ., ରସୁଲପୁର, ଶ୍ରୀ ଅବନିକାନ୍ତ ସାହୁ, ତହସିଲଦାର, ରସୁଲପୁର ଶ୍ରୀ ନିରଂଜନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଯାଜପୁର ଇଂ.କ୍ଷେତ୍ରମୋହନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ପାଣିକୋଇଲି ଇଂ ପୂର୍ଣ୍ଣ ଚନ୍ଦ୍ର ଦଳାଇ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଖଣ୍ଡ-୨, ଯାଜପୁର ଶ୍ରୀ ଅବିନାଶ ବାରିକ, ଏସ୍ଡିଓ, ଜଳ ନିଷ୍କାସନ ଉପଖଣ୍ଡ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ନାୟକ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଚ୍ଥାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଜିଲା ମୁଖ୍ୟ କୃଷି ଅଧିକାରୀ, ଯାଜପୁର ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶ୍ରୀନିବାସ କର, ଜିଲା ଶିକ୍ଷା ଅଧକାରୀ ଶ୍ରୀମତୀ ନିବେଦିତା ପାଣି, ଅବକାରୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର ଜେନା, ସହକାରୀ ନିର୍ଦ୍ଧେଶକ, ଉଦ୍ୟାନ କୃଷି ଶ୍ରୀ ରାଧାଶ୍ୟାମ ବେହେରା, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲା ସମାଜ ମଙ୍ଗଳ ଅଧିକାରୀ , ଯାଜପୁର ଶ୍ରୀମତୀ ମଂଜୁଲତା ନାୟକ, ଜିଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଉତ, ଉପ-ପରିଚାଳକ, ଟିପିଏନଓଡିଏଲ୍, କୁଆଖିଆ ଶ୍ରୀ ସୀତାଂଶୁ ଶେଖର ଶତପଥୀ, ଅଗ୍ରଣୀ ବ୍ୟାଙ୍କ ପରିଚାଳକ, ଯାଜପୁର ଶ୍ରୀ ଦିଲିପ କୁମାର ଭୂୟାଁ, ବ୍ଳକ ଶିଶା ଅଧିକାରୀ, ରସୁଲପୁର ଶ୍ରୀ ନୀଳାମ୍ୱର ମିଶ୍ର, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଧିନ ଖାଁ ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଏହି ଜନ ଶୁଣାଣୀ କାକର୍ଯ୍ୟକ୍ରମ ଅବସରରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭୀନିତ ଅଗ୍ରୱାଲ ସାଧାରଣ ନିର୍ବାଚନ -୨୦୨୪ ଉପଲକ୍ଷେ ମୋବାଇଲ୍, ଇଭିଏମ୍ ଓ ଭିଭିପାର୍ଟ ପ୍ରଦର୍ଶନୀ ଭ୍ୟାନକୁ ବ୍ଳକ ପରିସରରେ ଉଦଘାଟନ କରିଥିଲେ । ପ୍ରକାଶ ଥାଉ କି, ଏହି ମୋବାଇଲ୍, ଇଭିଏମ୍ ଓ ଭିଭିପାର୍ଟ ପ୍ରଦର୍ଶନୀ ରଥ ଜନସାଧାରଣ ମାନଙ୍କୁ ଇଲେକ୍ଟ୍ରୋନିକ ଭୋଟିଂ ମେସିନ ମାଧ୍ୟମରେ ନିଜର ମତଦାନ ସାବ୍ୟସ୍ତ କରିବାକୁ ଜିଲାରେ ସଚେତନ କରାଇବ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୬୦ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୩ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୨୦ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୩୭ ଗୋଟି ଅଭିଯୋଗର ଜିଲାପାଳ ଶ୍ରୀ ରାଠୋର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୮ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଉକି, ଜାନୁୟାରୀ ମାସ ୨୨ ତାରିଖ ସୋମବାର ଦଶରଥ ପୁର ବ୍ଲକ କାର୍ଯ୍ୟାଳୟ ଠାରେ, ୨୯ ତାରିଖ ସୋମବାର ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଂଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତିି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିବେ ।

Leave a Reply

Your email address will not be published. Required fields are marked *