ନୂଆପଡ଼ା ଉପନିର୍ବାଚନ : ଅନ୍ତିମ ଦିନରେ ବିଜେଡ଼ି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ଙ୍କ ପ୍ରାର୍ଥୀପତ୍ର ଦାଖଲ

ନୂଆପଡ଼ା, ୨୦/୧୦/୨୦୨୫(ଓଡ଼ିଶା ସମାଚାର)-  ନୂଆପଡ଼ା ଉପନିର୍ବାଚନ ପାଇଁ ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ଆଜି ପ୍ରାର୍ଥିପତ୍ର ଦାଖଲର ଅନ୍ତିମ ଦିନରେ ବିଜେଡ଼ି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ସକାଳେ ବିଜେଡ଼ି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ଦଳୀୟ ନେତା, କର୍ମୀ ଓ ସମର୍ଥକ ଙ୍କ ଗହଣରେ  ଏକ ବିଶାଳ ରାଲିରେ ନୂଆପଡ଼ା ଉପ-ଜିଲ୍ଲାପାଳ କାର୍ୟ୍ୟାଳୟକୁ ଆସିଥିଲେ। ପରେ ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ୟ୍ୟ, ଟୁକୁନି ସାହୁ ଆଦି  ନେତାମାନଙ୍କ ଉପସ୍ଥିତିରେ ନିଜ ନାମାଙ୍କନ ଭରିଥିଲେ ।

ଏହି ଉପନିର୍ବାଚନ ପାଇଁ ୨୦ ତାରିଖ ପ୍ରାର୍ଥୀପତ୍ର ଦାଖଲ ର ଅନ୍ତିମ ଦିୁବସ  କରିପାରିବେ । ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।

ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏହି ଉପ-ନିର୍ବାଚନରେ ୧,୨୪,୧୦୮ ପୁରୁଷ, ୧,୨୯,୪୯୫ ମହିଳା, ୨୧ ଜଣ ତୃତୀୟ ଲିଙ୍ଗୀ ଭୋଟରଙ୍କୁ ମିଶାଇ ମୋଟ ୨,୫୩,୬୨୪ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ୧୪ରେ ଭୋଟ ଗଣତି କରାଯାଇ, ଫଳାଫଳ ପ୍ରକାଶ ପାଇବ । ନୂଆପଡାରେ ୩୫୮ଟି ମତଦାନ କେନ୍ଦ୍ର ରହିଛି । ସବୁ ମତଦାନ କେନ୍ଦ୍ରରେ ୱେବ୍ କାଷ୍ଟିଂ ବ୍ୟବସ୍ଥା କରାଯିବ । ବୁଥ୍ ଭିତରକୁ ମତଦାତାମାନେ ନିଜର ମୋବାଇଲ୍ ଫୋନ୍ ନେଇପାରିବେ ନାହିଁ ।

 ନଭେମ୍ବର ୧୧ (ମଙ୍ଗଳବାର) ତାରିଖ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ୟ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ । ଅନ୍ୟପକ୍ଷରେ ମାଓବାଦୀ ପ୍ରବଣ ଅଞ୍ଚଳର ୪୭ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ୟ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

Leave a Reply

Your email address will not be published. Required fields are marked *