ନୂଆପଡ଼ା,୨୧/୧୦/୨୦୨୫ (ଓଡ଼ିଶା ସମାଚାର)- ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନ ଶେଷ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି।
ଅକ୍ଟୋବର ୨୨ ରେ ନାମାଙ୍କନ ପତ୍ର ଯାଂଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ୱର ୧୧ ତାରିଖରେ ଭୋଟ ଗ୍ରହଣ ଏବଂ ନଭେମ୍ୱର ୧୪ ତାରିଖ ରେ ଗଣତି ହୋଇ ୧୬ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।
