ନୂଆପଡ଼ା ଉପନିର୍ବାଚନ : ମୈଦାନରେ ୧୪ ପ୍ରାର୍ଥୀ

ଭୁବନେଶ୍ୱର,୨୫/୧୦/୨୦୨୫(ଓଡ଼ିଶା ସମାଚାର)- ନୂଆପଡ଼ା ବିଧାନସଭା ଉପନିର୍ବାଚନ ନେଇ ଶୁକ୍ରବାର ଥିଲା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ । ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଦିବା ୧୧ ଘଟିକାରୁ ଅପରାହ୍ଣ ୩ ଘଟିକା ପର୍ଯ୍ୟନ୍ତ ସମୟ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା । ତେବେ ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି । ତେଣୁ ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପନିର୍ବାଚନରେ ହେବ ପ୍ରତିଦ୍ୱନ୍ଦିତା ।

ବିଜେପିରୁ ଜୟ ଢୋଲକିଆ, ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ, କଂଗ୍ରେସରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସମେତ ୮ ଜଣ ସ୍ୱାଧୀନ ପ୍ରାର୍ଥୀ ଆଶ୍ରୟ ମହାନ୍ଦନ, ଇ.ଚକ୍ରାନ୍ତ ଜେନା, ଭୁବନ ଲାଲ ସାହୁ, କିଶୋର କୁମାର ବାଗ, ନୀତା ବାଗ, ଲକ୍ଷ୍ମୀକାନ୍ତ ତାଣ୍ଡି, ଭକ୍ତବନ୍ଧୁ ଧରୁଆ ଓ ଲୋଚନ ମାଝୀ ପ୍ରମୁଖ ଏହି ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ।

ସୂଚନାଯୋଗ୍ୟ ଯେ, ପ୍ରାର୍ଥି ତ୍ର ଯାଂଚ ସମୟରେ ମୋଟ ୫ଟି ନାମାଙ୍କନପତ୍ର ନାକଚ କରାଯାଇଥିଲା । ନାକଚ କରାଯାଇଥିବା ବ୍ୟକ୍ତିମାନେ ହେଉଛନ୍ତି ବହୁଜନ ସମାଜ ପାର୍ଟିର ପ୍ରାର୍ଥୀ ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତନ ଦଳର ପ୍ରାର୍ଥୀ ସୀତାରାମ ବେହେରା ଏବଂ ତିନି ସ୍ୱାଧୀନ ପ୍ରାର୍ଥୀ କମଳ କୁମାର ଛତ୍ରିଆ, ପୁରୁଷୋତମ ବେହେରା ଏବଂ ଭୁଜବଳ ଆଡବଙ୍ଗ ଅଟନ୍ତି । ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

Leave a Reply

Your email address will not be published. Required fields are marked *