କ୍ୟାବିନେଟ ବୈଠକ ରେ ୪ଟି ବିଭାଗର ୫ଟି ପ୍ରସ୍ତାବ କୁ ଅନୁମୋଦନ

ଭୁବନେଶ୍ୱର,୨୫/୧୦/୨୦୨୫ (ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)-ରାଜ୍ୟ କ୍ୟାବିନେଟର ୨୯ ତମ  ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ  ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲା।

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ଏହିଭଳି ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା।

ଆଗକୁ ରାଜ୍ୟରେ ୨୦୦ ଟି ଇ- ବସ ଚାଲିବ । ଯେଉଁଥିରେ ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେଉଁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ ଚାଲିବ । ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର ୫୦ ବସ ଚାଲିବ । ଏଥିପାଇଁ ୯୫୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ ।ଏଣିକି ଆହାର ଯୋଜନାର ଖର୍ଚ୍ଚ ରାଜ୍ୟ ସରକାର ନିଜେ ବହନ କରିବେ । ଏଥିପାଇଁ ୫ ବର୍ଷ ପାଇଁ ୫୧୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ କ୍ଷୁଦ୍ର ପ୍ରାଣୀ ଉନ୍ନୟନ ଉପ ଯୋଜନା କୁ କ୍ୟାବିନେଟ ର ମୋହର ବାଜିଛି । ଏହି ଯୋଜନା ଆସନ୍ତା ୪ ବର୍ଷ ପାଇଁ ୨୯୪.୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ଏହି ଯୋଜନା ଦ୍ୱାରା ୨୩ ହଜାର ୭୩୫ କୃଷକ ଉପକୃତ ହେବେ ।  ।

ବିମାନ ବନ୍ଦର ଗୁଡିକର ଭିତ୍ତିଭୂମି ବିକାଶ ଓ ଆଧୁନୀକରଣ ପାଇଁ ଖର୍ଚ୍ଚ ହେବ ୪.୧୮୨ କୋଟି ଟଙ୍କା । ଏହାକୁ କ୍ୟାବିନେଟ୍ ର ମୋହର ବାଜିଛି । ବିମାନ ସଂଯୋଗ, ରକ୍ଷଣାବେକ୍ଷଣ, ମରାମତି, କର୍ଗୋ ଓ ଲଜେଷ୍ଟିକ ବିକାଶ, ନୂଆ ପ୍ରଯୁକ୍ତିବିଦ୍ୟା ର ବ୍ୟବହାର ଇତ୍ୟାଦି ଅର୍ନ୍ତଭୁକ୍ତ ରହିଛି । ସେହିପରି ଫସଲ ବିବିଧିକରଣ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୧୫୨୩.୯୮ କୋଟି ଟଙ୍କା ।

Leave a Reply

Your email address will not be published. Required fields are marked *