ଭୁବନେଶ୍ୱର, ୩୦/୧୦/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରାଜଭବନସ୍ଥିତ ଅଭିଷେକ ହଲ୍ରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମହାପ୍ରସାଦ ସେବନ କରି ପବିତ୍ର କାର୍ତ୍ତିକ ମାସ ପାଳନ କରିଛନ୍ତି । ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

ଶାନ୍ତ ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଥିବା ଏହି ଅବସରରେ ରାଜ୍ୟପାଳଙ୍କ କମିଶନର୍-ତଥା-ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ ଏବଂ ରାଜଭବନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇ ମହାପ୍ରସାଦ ସେବନ କରିଥିଲେ ।
-0-
ସଂଜୀବ ବାରିକ ,ରାଜ୍ୟପାଳଙ୍କ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
