କଟକ ସଦର, ୩୧/୧୦/୨୦୨୫ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ବ୍ଲକ ରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣି (ହେଡ୍ କ୍ଲର୍କ) ଯଶସ୍ୱୀନି ମହାନ୍ତି ଙ୍କୁ ଆଜି ଶୁକ୍ରବାର ଦିନ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।
ଏହି ଅବସରରେ ପଞ୍ଚାୟତ ସମିତି ସଭା ଗୃହରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ ଙ୍କ ପୈ।ରୋହିତ୍ୟରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଵିଡିଓ ପ୍ରତୀକ ସାହୁ, ଅତିରିକ୍ତ ଵିଡିଓ ଗିରିଜା ପ୍ରସାଦ ବାରିକ ଙ୍କ ସମେତ ବ୍ଲକ ର ସମସ୍ତ ଅଧିକାରୀ ଓ କର୍ମଚାରୀ, ବିଭିନ୍ନ ପଞ୍ଚାୟତ ର ନିର୍ବାଚିତ ପ୍ରତିନିଧିମାନେ ଯୋଗ ଦେଇ ଯଶସ୍ୱୀନି ଙ୍କ କର୍ମମୟ ଜୀବନର ଯଶଗାନ କରିଥିଲେ।
