ଭେଙ୍କଟେଶ୍ୱର ମନ୍ଦିର ଦଳାଚକଟାରେ ମୃତ ଓଡ଼ିଆ ଯୁବତୀ ଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର,୦୨/୧୧/୨୦୨୫ (ଓଡ଼ିଶା ସମାଚାର)- ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା କାସିବୁଗା ସହରରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେ  ଦଳାଚକଟା ଘଟି ଓଡ଼ିଆ ଯୁବତୀ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡା ଥାନା ଅନ୍ତର୍ଗତ ଗୁଡ଼ିପଦର ଗ୍ରାମର ରାଙ୍ଗଲା ରୂପା(୧୯)ଙ୍କ ମୃତ୍ୟୁ ଘଟିଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା ଜାଣିବା ପରେ ଗଭୀର ଶୋକ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇବା  ସହ ମୃତ ଯୁବତୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ଏହି ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ପ୍ରତି ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *