ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର ୦୩/୧୧/୨୦୨୫ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୧୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୦୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୭ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୯ ଟି, ଆବାସ ଯୋଜନା ସମ୍ପର୍କୀୟ ୩୮ ଟି,ଜମିଜମା ସମସ୍ୟା ସମ୍ପର୍କୀୟ ୨୫ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୧ ଟି, ଭତ୍ତା ପାଇବା ପାଇଁ ୬ ଟି, ରେଡ୍ କ୍ରସ୍ ସମସ୍ୟା ସମ୍ପର୍କୀୟ ୧ ଟି,ପୋଲିସ ସହାୟତା ପାଇଁ ୨ ଟି ଏବଂ ଅନ୍ୟାନ୍ୟ ୧୭ ଟି ଅଭିଯୋଗର ଶୁଣାଣି କରାଯାଇଥିଲା ।

୩ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବି ନାରାୟଣ ଜେଠି, ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ , ତହସିଲଦାର, ତିର୍ତ୍ତୋଲ , ଶ୍ରୀ ମହେଶ୍ୱର ବେହେରା,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *