ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ

କଟକ,୦୬/୧୧/୨୦୨୫ (ଓଡ଼ିଶା ସମାଚାର)- ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ  ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା  କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ କରିଛନ୍ତି ।

ଏହି ପ୍ରଦର୍ଶନୀରେ ମୋଟ ୧୦୨ ଟି ଷ୍ଟଲ ଖୋଲିଥିବା ବେଳେ ରାଜ୍ୟ ସରକାରଙ୍କ ମାନ୍ୟତାପ୍ରାପ୍ତ ଅଧିକାଂଶ ହସ୍ତଶିଳ୍ପ ଉପକରଣ ଉପଲବ୍ଧ ରହିଛି । ଏହା ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲୁ ରହିବ ।  ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ହସ୍ତଶିଳ୍ପ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ହସ୍ତଶିଳ୍ପ ଉପନିର୍ଦ୍ଦେଶକ ମାନଗୋବିନ୍ଦ ଜେନା, ଉପନିର୍ଦ୍ଦେଶକ ସୌମ୍ୟା ସୁରଭିତା ସିଂ  ପ୍ରମୁଖ ଉପସ୍ଥିତ ଥିଲେ  ।

Leave a Reply

Your email address will not be published. Required fields are marked *