ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୭ରୁ, ପ୍ରଥମ ଦିନ ଗୃହକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି  

ଭୁବନେଶ୍ୱର, ୧୦/୧୧/୨୦୨୫ (ଓଡ଼ିଶା ସମାଚାର)-  ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୨୭ରୁ ଆରମ୍ଭ ହେବ । ଏହି ଅଧିବେଶନର ପ୍ରଥମ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ୨୮ରେ ଗୃହରେ ସରକାର ପ୍ରଥମ ଅତିରିକ୍ତ ବଜେଟ ଆଗତ କରିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହାକୁ ଗୃହରେ ଉପସ୍ଥାପିତ କରିବେ। ଏହା ଉପରେ ଡିସେମ୍ବର ୪, ୫ ଓ ୬ରେ ଆଲୋଚନା ହେବ । ୮ ତାରିଖରେ ଏ ସଂପର୍କିତ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଆଗତ ହେବ।

ବିଧାନସଭାର ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ଯାଏ ଚାଲିବ। ଏଥିରେ ମୋଟ୍ ୨୯ଟି କାର୍ଯ୍ୟ ଦିବସ ରହିବ। ତେବେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ଗୃହକୁ ସମ୍ବୋଧିତ କରିବା ଏହି ଅଧିବେଶନ ର ଉଲ୍ଲେଖନୀୟ ଘଟଣା ହେବ ।

Leave a Reply

Your email address will not be published. Required fields are marked *