ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୧୯ /୦୧/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ଏହି ଅଧିବେଶନରେ କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଫେବୃଆରୀ ୫ରୁ ଅଧିବେଶନ ଆରମ୍ଭ ହୋଇ ୧୩ରେ ଶେଷ ହେବ। ପ୍ରଥମ ଦିନରେ ରାଜ୍ୟପାଳ ଅଭିଭାଷଣ ରଖିବେ । ଏହି ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସରକାର ଲୋକଙ୍କୁ ସୁହାଇଲା ଭଳି ବଜେଟ ଆସିପାରେ ବୋଲି ଆକଳନ କରାଯାଉଛି । ୮ରେ କାମଚଳା ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ।ଏହା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ।

Leave a Reply

Your email address will not be published. Required fields are marked *