ହ୍ୟୁମାନ ସାଗର ଙ୍କୁ  ଦିଲ୍ଲୀ  AIIMS କୁ ସ୍ଥାନାନ୍ତରିତ କରାଯାଇ ଚିକିତ୍ସା ବ୍ୟବସ୍ଥା କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୧୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ ଚିନ୍ତା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି AIIMS ର ଡାକ୍ତର ମାନଙ୍କ ସହ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହ୍ୟୁମାନ ସାଗର ଓଡ଼ିଶାର ଜଣେ ଲୋକପ୍ରିୟ ପ୍ରତିଭାବାନ ସଙ୍ଗୀତଜ୍ଞ ।ତାଙ୍କର ସ୍ୱାସ୍ଥ୍ୟ ରେ ଉନ୍ନତି ପାଇଁ ଡାକ୍ତର ମାନେ ସର୍ବୋତ୍ତମ ଉଦ୍ୟମ ଜାରି ରଖନ୍ତୁ। ଆବଶ୍ୟକ ହେଲେ ଦିଲ୍ଲୀ AIIMS କୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *