ଜିଲା କଂଗ୍ରେସ ପକ୍ଷରୁ ଇନ୍ଦିରାଗାନ୍ଧୀଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୧୯/୧୧/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲା କଂଗ୍ରେସ ପକ୍ଷରୁ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରାଗାନ୍ଧୀଙ୍କ ୧୦୯ତମ ଜୟନ୍ତୀ ପାଳିତ ହୋଇଯାଇଛି । କଜଳାସ୍ଥିତ ଜିଲା କଂଗ୍ରେସ ଭବନରେ ପୂର୍ବତନ ଜିଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ କୁମାର ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ବରିଷ୍ଠ କଂଗ୍ରେସ ନେତା ଫକୀର ଚରଣ ଖଟୁଆ, ରାଜକନିକା ବ୍ଲକ ସଭାପତି ରବିନାରାୟଣ ବେହେରା, ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଭାଗିରଥୀ ଜେନା, ଆଳି ବ୍ଲକ କଂଗ୍ରେସ ସଭାପତି ମଙ୍ଗୁଳି ଚରଣ ବେହେରା, ପୂର୍ବତନ ନଗରପାଳ ମହମ୍ମଦ ଆକବର ଅଲ୍ଲୀ, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲା କିଷାନ କଂଗ୍ରେସ ସଭାପତି ଜୟଦେବ ପରିଡା, ଯୁବକଂଗ୍ରେସ ସାମାଜିକ ଗଣମାଧ୍ୟମ ସଂଯୋଜକ ହିମାଂଶୁ ନନ୍ଦ, ବିଧୁଭୂଷଣ ମହାପାତ୍ର, ଦର୍ପନାରାୟଣ ସାହୁ, ମାନଗୋବିନ୍ଦ ଦାସ ପ୍ରମୁଖ ଯୋଗଦେଇ ସ୍ୱର୍ଗତା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରି କହିଥିଲେ ଯେ ସ୍ୱର୍ଗତା ଗାନ୍ଧୀଙ୍କ ଅମଳରେ ବୈଦେଶିକ ନୀତି,ଦାରିଦ୍ର୍ୟ ଦୂରିକରଣ ଯୋଜନା, ଦେଶବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ବିଭିନ୍ନ ଜନହିତକର ଯୋଜନା ପ୍ରଣୟନ ହୋଇଥିବା ବେଳେ ଦେଶରକ୍ଷା ଦିଗରେ ଅଭୂତ ପୂର୍ବ ସାହସ ଦେଖାଇ ଲୌହ ମାନବୀ ଭାବେ ସେ ପରିଚିତ ହୋଇଥିଲେ । ଉମେଶ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଥମେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତିରେ ଓ ପରେ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଫଟୋଚିତ୍ରରେ ସାମୁହିକ ମାଲ୍ୟାର୍ପଣ କରାଯିବା ପରେ ସଭା ଆରମ୍ଭ ହୋଇଥିଲା ।

Leave a Reply

Your email address will not be published. Required fields are marked *