ଭୁବନେଶ୍ୱର, ୨୦ /୦୧/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-ମହାନ ବିପ୍ଲବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ କଳ୍ପନା ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଚାଖି ଖୁଣ୍ଟିଆ ସ୍ମୃତି ସମିତି, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିସହ ମହାନ ବିପ୍ଲବୀ ଚକରା ବିଷୋୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଜୟଦେବ ଭବନ ପରିସରରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀ ମାନଙ୍କ ସ୍ମୃତିଚାରଣ କରିଥିଲେ । ଏତଦବ୍ୟତୀତ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ସଂସ୍କୃତି ପରିଷଦ, ଗଞ୍ଜାମ ଆନୁକୂଲ୍ୟରେ ଭଞ୍ଜନଗର ଠାରେ ଚକରା ବିଷୋୟୀଙ୍କ ୨୦୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଛି ।
ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଂଗୀତା ମହାରଣା, କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଚାଖି ଖୁଣ୍ଟିଆ ସ୍ମୃତି ସମିତିର ସମ୍ପାଦକ ଶ୍ରୀ ପ୍ରଭାତ ରଥ, ସଂଯୁକ୍ତା ଷଡ଼ଙ୍ଗୀ, ପ୍ରଫୁଲ୍ଲ ସାହୁ, ପ୍ରଦ୍ୟୁମ୍ନ ଶତପଥୀ,ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।