ଜିଲା କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା, ୧୯/୧୧/୨୦୨୩ (ଓଡ଼ିଶା ସମାଚାର)-ଜିଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲା କଂଗ୍ରେସ ଉପସଭାପତି ପ୍ରଫୁଲ୍ଲ କୁମାର ଦାସ, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ଜିଲା କଂଗ୍ରେସ କୋଷାଧ୍ୟକ୍ଷ ଉମାଶଙ୍କର ଜେନା ପ୍ରମୁଖ ସ୍ୱର୍ଗତା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପୂର୍ବତନ ବିଧାୟକ ଶ୍ରୀ ବେହେରା ସ୍ୱର୍ଗତା ଗାନ୍ଧୀଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରି ଆଜିର ଯୁବ ସମାଜ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *