ଭୁବନେଶ୍ୱର,୨୬/୧୧/୨୦୨୫ (ଓଡ଼ିଶା ସମାଚାର)- ଆସନ୍ତା କାଲି ଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ।ଏହି ପରିପ୍ରେକ୍ଷୀରେ ଆଜି ବିଧାନସଭା ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଚଳିତ ଶୀତକାଳୀନ ଅଧିବେଶନରେ ଓଡ଼ିଶାବାସୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦେଇ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।

ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ବିଜେପି ଦଳର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିଜେପି ଦଳର ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି , ମନ୍ତ୍ରୀ ପରିଷଦର ସଦସ୍ୟବୃନ୍ଦ, ବିଧାୟକ, ବିଧାୟିକା ବୃନ୍ଦ ଉପସ୍ଥିତ ଥିଲେ।
