ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,୦୧/୧୨/୨୦୨୫ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ  ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୫ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ସମ୍ପର୍କୀୟ ୧୨ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୩ ଟି, ଭତ୍ତା ପାଇବା ପାଇଁ ୨ ଟି, ପୋଲିସ୍ ସହାୟତା ପାଇଁ ୩ ଟି ଏବଂ ଅନ୍ୟାନ୍ୟ ୧୮  ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୭ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା ।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ତହସିଲଦାର, ନାଉଗାଁ, ଶ୍ରୀ ଅକ୍ଷୟ କୁମାର ବଡୁ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *