ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମା ରମାଦେବୀ ଚୌଧୁରୀଙ୍କ ଜନ୍ମ ଜୟନ୍ତୀ ପାଳିତ

ଜଗତସିଂହପୁର ୦୩/୧୨/୨୦୨୫ (ଓଡ଼ିଶା ସମାଚାର)-  ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ  ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମା ରମାଦେବୀ ଚୌଧୁରୀ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ  ଥିବା ତାଙ୍କ ପ୍ରତିମୂର୍ତ୍ତି ରେ  ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।  ଜଗତସିଂହପୁର ର ଗର୍ବ ମା  ରମାଦେବୀ ଚୌଧୁରୀ ୧୮୯୯ ମସିହା ଡିସେମ୍ବର ୩ ତାରିଖରେ  ଜନ୍ମ ନେଇଥିଲେ ।

ଅସହଯୋଗ ଆନ୍ଦୋଳନ ,ଆଇନ ଅମାନ୍ୟ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ,  ବିନୋବାଜୀଙ୍କ ଭୂଦାନ ଯଜ୍ଞର ସଫଳତା ପଛରେ ରମାଦେବୀଙ୍କର ଅଭୟ ହସ୍ତ ଥିଲା । ଆଜି ତାଙ୍କର ପବିତ୍ର ଜନ୍ମ ତିଥି ରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀମତି ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା ଓ ପୌର ପରିଷଦର କର୍ମକର୍ତ୍ତା ଶ୍ରୀ ଦୀପକ ପଟ୍ଟନାୟକ ପ୍ରମୁଖ  ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।

Leave a Reply

Your email address will not be published. Required fields are marked *