କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

କେନ୍ଦ୍ରାପଡ଼ା,୦୪/୧୨/୨୦୨୫(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ, ସହ ମଣ୍ଡଳଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ଶିକ୍ଷକ ସଂଘ ନେତା ମାନଭଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ ବିଭିନ୍ନ ବୃକ୍ଷର ଚାରା କାର୍ଯ୍ୟାଳୟ ପରିସରରେ ରୋପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ଆଂଚଳିକ ସାଧନ କେନ୍ଦ୍ରର ସଂଯୋଜକ ଓ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *