ବାଲିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୦୬/୧୨/୨୦୨୫(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଂଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବାଲିଆ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମାଳୟା ବେହେରା, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ମନୋବିଜ୍ଞାନ ପ୍ରାଧ୍ୟାପକ ମୁରଲୀଧର ରଥ, ଶିକ୍ଷକ ନାରାୟଣ ସ୍ୱାଇଁ, ସମାଜସେବୀ ନଗେନ୍ଦ୍ର କୁମାର ରାଉତ ପ୍ରମୁଖ ଯୋଗଦେଇ ଛାତ୍ରଜୀବନରେ ଶିକ୍ଷା ଗ୍ରହଣ ସହିତ କ୍ରୀଡାର ଉପଯୋଗିତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।

ଦୁଇଦିନ ଧରି ଅନୁଷ୍ଠିତ ଏହି କ୍ରୀଡା ପ୍ରତିଯୋଗିତାରେ ପ୍ରଥମରୁ ଦାଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ଉଦଯାପନୀ ଉତ୍ସବରେ ସମ୍ପାଦକ ରାଜଗୋପାଳ ମହାନ୍ତି ଯୋଗଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ବେହୁରା ପ୍ରତିଯୋଗିତା ପରିଚାଳନା କରିଥିଲେ । ଏଥିରେ ସମସ୍ତ ଗୁରୁଜୀ ଓ ଗୁରୁମା ମାନେ ସହଯୋଗ କରିଥିଲେ । ଅଭିଭାବିକା ଓ ଗୁରୁମାମାନଙ୍କ ମଧ୍ୟରେ ଅନୁଷ୍ଠିତ ମୁ୍ୟଜିକ ଚେୟାର ପ୍ରତିଯୋଗିତା ବିଶେଷ ଆକର୍ଷଣୀୟ ହୋଇଥିଲା ।

Leave a Reply

Your email address will not be published. Required fields are marked *