ଆଖି ବୁଜିଲେ ଗୁରୁତର ଛାତ୍ରୀ – ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର,୦୮/୧୨/୨୦୨୫(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଠାରେ ଯୁକ୍ତ ୩ର ଜଣେ କଲେଜ ଛାତ୍ରୀ ଶ୍ରୁତି ଟପ୍ପୋ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମରେ ଗୁରୁତର ହୋଇ ଆଇଜିଏଚରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତୁ୍ୟ ଘଟିଛି । ଏହି ଦୁଃଖଦ ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *