ହେରୋଇନ୍ ଜବତ,ଗିରଫ ହେଲେ ନିଶାବେପାରୀ

ପାରାଦୀପ,୧୦/୧୨/୨୦୨୫ (ଓଡ଼ିଶା ସମାଚାର)-ପାରାଦୀପ ପୌରାଞ୍ଚଳସ୍ଥିତ ଲକପଡା ଅଞ୍ଚଳରେ ଚଢଉ କରି ଜଣେ ନିଶା ବେପାରୀଙ୍କୁ ଗିରଫ କରିଛି ପାରାଦୀପ ଅବକାରୀ ଥାନା।
ଯାଞ୍ଚ ପରେ ତାଙ୍କ ପାଖରୁ ୨୭ ଗ୍ରାମର ହେରୋଇନ୍ ଜବତ କରାଯାଇଛି। ସୂଚନାଯୋଗ୍ୟ ଯେ ଲକପଡାର ଅମଜାତ୍ ଖାନ୍ ଦୀର୍ଘ ଦିନ ଧରି ଆଖପାଖ ଅଞ୍ଚଳରେ ହେରୋଇନ୍ ବେପାର କରୁଥିବା ସମ୍ପର୍କ ରେ ପାରାଦୀପ ଅବକାରୀ ଥାନାକୁ ଅଭିଯୋଗ ମିଳିଥିଲା। ଗ୍ରାହକଙ୍କୁ ଯୋଗାଣ ଉଦ୍ଦେଶ୍ୟରେ ସେ ଆଜି ହେରୋଇନ୍ ରଖିଥିବାର ସୂଚନା ପରେ ପାରାଦୀପ ଅବକାରୀ ଥାନାର ଉପନିରିକ୍ଷକ ଧର୍ମପଦ ଦାସଙ୍କ ନେତୃତ୍ବରର ଏକ ଟିମ୍ ଗଠନ ହୋଇଥିଲା ।

ଗ୍ରାହକ ବେଶରେ ଅଭିଯୁକ୍ତଙ୍କ ସହ ସମ୍ପର୍କ କରିଥିଲେ ପାରାଦୀପ ଅବକାରୀ ଥାନାର କର୍ମଚାରୀ ଏବଂ ଡିଲ୍ ବେଳେ ଅଭିଯୁକ୍ତଙ୍କୁ ମାଡିବସିଥିଲେ। ଗିରଫ ଅଭିଯୁକ୍ତ ଜଣକ ହେଲେ ଲକପଡାର କାଦର ମହମ୍ମଦ ଖାନଙ୍କ ପୁଅ ଅମଜାତ୍ ଖାନ(୩୪)। ଜବତ ହେରୋଇନ୍ ର ଆନୁମାନିକ କଳାବଜାରୀ ମୂଲ୍୍ୟ ପ୍ରାୟ ୨,୭୦,୦୦୦ ଟଙ୍କା ହେବ। ଅଭିଯୁକ୍ତଙ୍କୁ ଅତିରିକ୍ତ ଜିଲ୍ଲା ଦୌରାଜଜ କୁଜଙ୍ଗଙ୍କ ନିକଟରେ ହାଜର କରାଯାଇଥିବା ବେଳେ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରି ୧୪ଦିନିଆ ବିଚାର ବିଭାଗୀୟ ହାଜତ୍ କୁ ପଠାଇଛନ୍ତି। ଗିରଫ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ଏନ୍ ଡି ପି ଏସ୍ ଆକ୍ଟ ୧୯୮୫ରେ ଅନେକଗୁଡ଼ିଏ ମାମଲା ଥିବାର ପ୍ରକାଶ କରିଛନ୍ତି ଜଗତସିଂହପୁର ଅବକାରୀ ଅଧିକ୍ଷିକା ଶ୍ରୀମତି ଅନିତା ପ୍ରଧାନ। ସେ କହିଛନ୍ତି ଅବକାରୀ ବିଭାଗ ମୂଳ ପର୍ୟ୍ୟନ୍ତ ଯିବ। ଅଭିଯୁକ୍ତ ଜଣଙ୍କ କେଉଁଠୁ ହେରୋଇନ୍ ଆଣୁଥିଲେ ଏବଂ ଏହା ପଛରେ କାମ କରୁଥିବା ସିଣ୍ଡିକେଟକୁ ଧରିବାକୁ ପ୍ରୟାସ ଆରମ୍ଭ କରିଛି ଅବକାରୀ ବିଭାଗ।

Leave a Reply

Your email address will not be published. Required fields are marked *