ଅନୁଗୁଳ,୧୧/୧୨/୨୦୨୫ (ଓଡ଼ିଶା ସମାଚାର)- ଅନୁଗୁଳରେ ଫୁଟିଲା ଗୁଳି । ଅନୁଗୁଳ ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଶିକ୍ଷକପଡ଼ା ସ୍ଥିତ ଇକୋ ପାର୍କ ସାମ୍ନାରେ ଗୁଳିମାଡ ହୋଇଛି। ଏଥିରେ ଭବାନୀ ଶଙ୍କର ପ୍ରଧାନ ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଅନ୍ୟ ଜଣେ ମଧ୍ୟ ଆହତ ହୋଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଭବାନୀ ଶଙ୍କର ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ମୋଟର ସାଇକେଲରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ପୁଲିସ୍ ଘଟଣାର ତଦନ୍ତ ଜାରି ରଖିଛି।
