ଜଗତସିଂହପୁର, ୨୩/୦୧/୨୦୨୪ (ଓଡ଼ିଶା ସମାଚାର)- ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ଆନୁକୂଲ୍ୟରେ ଭାରତୀୟ ମୁକ୍ତି ସଂଗ୍ରାମ ର ମହାନ ଦେଶଭକ୍ତ ,ସଂଗ୍ରାମୀ ପୁରୁଷ ତଥା ବିଶିଷ୍ଟ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ୧୨୭ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ପୌର ପରିଷଦ ର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ସ୍ଥାନୀୟ କଲେଜ ଛକ ରେ ଥିବା ନେତାଜୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ଉକ୍ତ କାର୍ୟ୍ୟକ୍ରମରେ ପୌର ପରିଷଦ ର ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ,ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର କର୍ଣ୍ଣ,, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ପୌର ପରିଷଦ ର ମୁଖ୍ୟ ସହାୟକ ଶ୍ରୀ ଦୀପକ ପଟ୍ଟନାୟକ, ପୌର କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ନେତାଜୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।