କେନ୍ଦ୍ରାପଡ଼ା,୨୩/୧୨/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସହରର ଇଛାପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨-୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ଜର୍ମାନସ୍ଥିତ ବାୟୋମେଡିକାଲ ସେଂଟର ୟୁନିଭରସିଟି ଅଫ୍ ଲିପଜିଙ୍ଗର ସିଏସଓ ଡ. ଶିବାଶିଷ ଗିରି ଯୋଗଦେଇ ବିଜ୍ଞାନର ଅଗ୍ରଗତି ଓ ମନୁଷ୍ୟର ଦୈନନ୍ଦିନ ଜୀବନରେ ବିଜ୍ଞାନର ବ୍ୟବହାର ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ ।
ଅନ୍ୟତମ ଅତିଥି ଭାବେ ଜିଲା ଯୋଜନା ଓ ପର୍ଯ୍ୟାଲୋଚନା ବିଭାଗର ଉପନିର୍ଦ୍ଧେଶକ ଆରତୀ ନାୟକ, କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ,ମହାକାଳପଡା ମଣ୍ଡଳ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇ, ଇଛାପୁର ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବୀଣାପାଣି ଦାଶ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ବିଜ୍ଞାନ
ଶିକ୍ଷକ ନିରଞ୍ଜନ ବେହେରା ଓ ଶିକ୍ଷୟିତ୍ରୀ ଏଲିନା ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷକ ଆଦିକନ୍ଦ ସାହୁ ସ୍ୱାଗତ ସଂଗୀତ ଗାନ କରିଥିଲେ । ମହାକାଳପଡା ନୋଡାଲ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନ ଶିକ୍ଷକ ମନୋଜ କୁମାର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । ଜିଲା ବିଜ୍ଞାନ ପରିଦର୍ଶକ ପ୍ରକାଶ ଚନ୍ଦ୍ର ପରିଡାଙ୍କ ତତ୍ୱାବଧାନରେ ଜିଲାର ବିଭିନ୍ନ ବିଦ୍ୟାଳୟରୁ ୧୩୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା ।
ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରିଣୀ ଦିପ୍ତୀ ନାୟକ, ମୁଖ୍ୟବକ୍ତା ଭାବେ ମହାକାଳପଡା ମଣ୍ଡଳ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇ ଓ ସମ୍ମାନିତ ଅତିଥି ଭାବେ ଆଳି ମଣ୍ଡଳ ଶିକ୍ଷାଧିକାରୀ ସଞ୍ଜିବ କୁମାର ବେହୁରା,ଇଛାପୁର ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବୀଣାପାଣି ଦାଶ ଓ ଜିଲା ବିଜ୍ଞାନ ପରିଦର୍ଶକ ପ୍ରକାଶ ଚନ୍ଦ୍ର ପରିଡା ପ୍ରମୁଖ ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର, ପୁଷ୍ପଗୁଛ ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ । ଏହି ଅବସରରେ ରାଜ୍ୟ ଓ ଜାତୀୟ ସ୍ତରରେ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ କରି ପୁରସ୍କୃତ ହୋଇଥିବା ଛାତ୍ରଛାତ୍ରୀ ଓ ଗାଇଡ ଶିକ୍ଷକ,ଶିକ୍ଷୟିତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶିକ୍ଷୟିତ୍ରୀ ଆରାଧନା ଦାଶ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷୟିତ୍ରୀ ଅନିତା ଧଳ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ଭାଗିରଥି ମହାନ୍ତି, ଶିବନାରାୟଣ ମହାନ୍ତି, ମନୋରଞ୍ଜନ ମହାନ୍ତି, ବିଜୟଲକ୍ଷ୍ମୀ ସାହୁ, ସିଦ୍ଧାର୍ଥଶଙ୍କର ଜେନା ପ୍ରମୁଖ କାର୍ଯ୍ୟକ୍ରକ ପରିଚାଳନାରେ ସହାୟତା କରିଥିଲେ ।
