କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୬/୧୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ୬୭ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ । ୨୦୦୪ ରୁ ୨୦୦୯ ଯାଏ ସେ କୋରେଇର ବିଧାୟିକା ଥିଲେ ।

 ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବତନ ବିଧାୟିକା ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସ୍ବର୍ଗତ ସଂଚିତା ମହାନ୍ତିଙ୍କୁ ତାଙ୍କ ବାସ ଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ।

Leave a Reply

Your email address will not be published. Required fields are marked *